ରିପୋର୍ଟ କାର୍ଡ / ଭୁବନେଶ୍ବର
ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଶାସକ ଓ ବିରୋଧୀ ଦଳର ବିଧାୟକମାନଙ୍କୁ ଗୋଟିଏ ଫଟୋ ଫ୍ରେମ୍ରେ ଦେଖିବାକୁ ମିଳିଛି। ଗତ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବଜେଟ୍ ଅଧିବେଶନ ଅବସରରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହିତ ବିଧାୟକମାନେ ଆଜି ଫଟୋ ହୋଇଛନ୍ତି। ଶାସକ-ବିରୋଧୀ ଏକାଠି ହୋଇ ଫଟୋସୁଟ୍ କରିଛନ୍ତି ଏବଂ ପରସ୍ପରକୁ ଆଗାମୀ ରାଜନୈତିକ ଯାତ୍ରା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି |ଏହି ସମୟରେ ଅନେକ ବିଧାୟକ ଭାବବିହ୍ୱଳ ହୋଇଥିବାର ଦେଖିବାକୁ ମିଳିଛି। ସୁର ରାଉତରାୟ, ନରସିଂହ ମିଶ୍ରଙ୍କ ଭଳି ନେତାଙ୍କର ଏହା ଶେଷ ବିଧାନସଭା ଅଧିବେଶନ ଥିଲା। କାରଣ ଉଭୟ ୨୦୨୪ ନିର୍ବାଚନରେ ଆଉ ପ୍ରତିଦ୍ୱନ୍ଦ୍ୱିତା କରିବେନି ବୋଲି ପୂର୍ବରୁ ଘୋଷଣା କରିଛନ୍ତି। ସେହିଭଳି ୨୦୨୪ ନିର୍ବାଚନରେ ଅନେକ ବିଧାୟକ ଟିକେଟରୁ ମଧ୍ୟ ବଞ୍ଚିତ ହୋଇପାରନ୍ତି। ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ଭାବବିହ୍ୱଳ ହୋଇଛନ୍ତି ବିଧାୟକମାନେ।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..