ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଢ଼ିଲା ଏନସିବିର ପୂର୍ବତନ ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ଅଡୁଆ | ମନି ଲଣ୍ଡରିଂ ମାମଲାରେ ସମୀର ୱାଙ୍ଖଡେଙ୍କ ବିରୋଧରେ ମାମଲା ରୁଜୁ କରିଛି ଇଡ଼ି | ପୂର୍ବରୁ ସିବିଆଇ ପରେ ତାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା । ସମୀର ୱାଙ୍ଖଡେ ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏହି ମାମଲା ପରେ ସମୀର ୱାଙ୍ଖଡେ ଲାଞ୍ଚ ନେବା ଅଭିଯୋଗରେ ଧରାପଡିଥିଲେ ଏବଂ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା ।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……