ରିପୋର୍ଟ କାର୍ଡ / କଳାହାଣ୍ଡି
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି | ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।






More Stories
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..