ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଗତକାଲି ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି। ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା।
ଅସୁସ୍ଥ ହାତୀର ଚିକିତ୍ସା OUAT ଓ ନନ୍ଦନକାନନ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା ଚାଲିଥିଲା। ବିସ୍ଫୋରଣରେ ହାତୀଟିର ଜିଭ ଛିଡ଼ିଯିବା ସହ ମାଢ଼ି ହାଡ଼ ଫାଟି ନଷ୍ଟ ହୋଇଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ଦନ୍ତା ହାତୀଟିର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ହାତୀଟି ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି।






More Stories
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..