ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଦଳ ଛାଡିଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ସକାଳେ ସେ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ଶରତ ପଟ୍ଟନାୟକ ନିକଟକୁ ପଠାଇ ଦେଇଛନ୍ତି। ୨୦୧୪ରୁ ୨୦୧୯ ଯାଏଁ କେନ୍ଦ୍ରାପଡ଼ା ରାଜନଗରରୁ କଂଗ୍ରେସର ବିଧାୟକ ଥିଲେ। ତେବେ ସେ କାହିଁକି ଦଳ ଛାଡ଼ିଲେ ସେ ସମ୍ପର୍କରେ ସବିଶେଷ ସୂଚନା ମିଳିପାରିନି। ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ। ଅଂଶୁମାନ କଂଗ୍ରେସ ଛାଡ଼ିବା ପରେ କେଉଁ ଦଳକୁ ଯିବେ ତାହା ଜଣାପଡ଼ିନାହିଁ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..