ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି ପୂର୍ବାହ୍ଣରେ ନାମାଙ୍କନ ଦାଖଲ କରିବେ। ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା କାର୍ଯ୍ୟସୂଚୀ ରହିଛି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..