ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ନାମାଙ୍କନପତ୍ର ଦାଖଲ ସମୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଉପସ୍ଥିତ ରହିଥିଲେ । ସେହିଭଳି କଂଗ୍ରେସର ବରିଷ୍ଠ ନେତା ମଧ୍ୟ ଏହି ନାମାଙ୍କନପତ୍ର ଦାଖଲ ବେଳେ ସାଙ୍ଗରେ ରହିଥିଲେ । ସୋନିଆ ଗାନ୍ଧୀ ନାମାଙ୍କନପତ୍ର ଦାଖଲ କରିବା ବେଳ ଉପସ୍ଥିତ ଥିବା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ପ୍ରଧାନମନ୍ତ୍ରୀ ପଦ ତ୍ୟାଗ କରିଥିବା ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ଦଳ ରାଜସ୍ଥାନରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ଏହାକୁ ସ୍ୱାଗତ କରୁଛି ।






More Stories
ରାଜଧାନୀ ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ…..
ଦେଶ ହେବ ନିଶାମୁକ୍ତ…..
ରୁପା ଆମଦାନୀ ଉପରେ କଟକଣା……