ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାରଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି। ଏହି ଯୋଜନାରେ ହିତାଧିକାରୀମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ପାଇବେ। ୮୦ ବର୍ଷରୁ ଅଧିକ ବୟସର କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକୃତ ହେବେ।ପୂର୍ବରୁ ଏହି ଯୋଜନାରେ ୫୦,୦୦୦ କଳାକାରମାନଙ୍କୁ ମାସିକ ୧୨୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦କୁ ବୃଦ୍ଧି କରାଯାଇଛି। ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ। ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀରୁ ଲାଗୁ କରାଯିବ। DBT ମାଧ୍ୟମରେ ଫେବୃଆରୀ ମାସ ୨୦ ତାରିଖରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……