ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନ ପୂର୍ବରୁ ସବୁ ଭତ୍ତା ଓ ଦରମା ବୃଦ୍ଧି କରୁଛନ୍ତି ରାଜ୍ୟ ସରକାର। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନେ ଏଣିକି ୧୦ ହଜାର ବଦଳରେ ୧୫ ହଜାର ଟଙ୍କା ଲେଖେଏ ପାଇବେ। ଏହାବାଦ ସେମାନଙ୍କ ପାଇଁ ଅନ୍ୟାନ୍ୟ ସୁବିଧା ମଧ୍ୟ ଘୋଷଣା କରାଯାଇଛି। ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟବଶତଃ ମୃତ୍ୟୁ ବରଣ କରନ୍ତି, ତା’ହେଲେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ସେହିପରି ୬୦ ବର୍ଷ ବୟସରେ ଅବସର ନେବା ବେଳେ ସେମାନଙ୍କୁ ଏକ କାଳୀନ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି। ଏହି ପାରିଶ୍ରମିକ ବୃଦ୍ଧି ଯୋଗୁ ରାଜ୍ୟ ସରକାର ବାର୍ଷିକ ୧୫ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।






More Stories
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ବସ ଭଡା…..