ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପିଆଜ ରପ୍ତାନି ଉପରେ କଟକଣା ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜାରିରହିବ ବୋଲି ସରକାର ସ୍ପଷ୍ଟ କରିଛନ୍ତି। ଖାଉଟି ବ୍ୟାପାର ସଚିବ ରୋହିତ କୁମାର ସିଂହ ପିଆଜ ରପ୍ତାନି ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇବା ଖବରକୁ ଖଣ୍ଡନ କରିଛନ୍ତି। ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ଜାରି ରହିଛି ଏବଂ ଏହାର ସ୍ଥିତିରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ସେ କହିଛନ୍ତି।ଖାଉଟି ବ୍ୟାପାର ସଚିବ ରୋହିତ କୁମାର ସିଂହ କହିଛନ୍ତି, ପିଆଜ ରପ୍ତାନି ଉପରେ ଲାଗିଥିବା ପ୍ରତିବନ୍ଧକ ହଟିନାହିଁ। ଏହା ଜାରି ରହିଛି। ସାମ୍ପ୍ରତିକ ସ୍ଥିତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଘରୋଇ ଉପଭୋକ୍ତାଙ୍କୁ ଉପଯୁକ୍ତ ମୂଲ୍ୟରେ ପିଆଜର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ସରକାରଙ୍କ ର ସବୁଠାରୁ ବଡ଼ ପ୍ରାଥମିକତା ବୋଲି ସେ କହିଛନ୍ତି। ସେ କହିଛନ୍ତି, ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ପୂର୍ବରୁ ଘୋଷଣା କରାଯାଇଥିବା ୩୧ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଜାରି ରହିବ। ଦରନିୟନ୍ତ୍ରଣରେ ରଖିବା ଏବଂ ଘରୋଇ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରୟାସ ଜାରି ରହିଛି। ୮ ଡିସେମ୍ବର ୨୦୨୩ରେ ସରକାର ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଥିଲେ।






More Stories
ବିଜେପି ବିରୋଧରେ ସାରା ଦେଶରେ ବିକ୍ଷୋଭ……
କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି……
କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ……