ରିପୋର୍ଟ କାର୍ଡ / ରାଉରକେଲା
ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଯାତ୍ରା ଖମଣ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ଗତକାଲି ଏକ ଟ୍ରକ୍-ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବସ୍ର ୧୫ ଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗତ ରାତିରେ ‘ଅନୁପମା’ ନାମକ ବସ୍ ପ୍ରାୟ ୩୦ ଯାତ୍ରୀଙ୍କୁ ଧରି ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା। ବସ୍ଟି ଟିକାୟତପାଲି ଥାନା ଯାତ୍ରା ଖମଣ ଅଞ୍ଚଳ ରାତି ପ୍ରାୟ ୩ଟା ବେଳେ ଅତିକ୍ରମ କରିଥିଲା। ଉକ୍ତ ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ଟି ବସ୍କୁ ମୁହାଁମୁହିଁ ପିଟିଥିଲା। ଫଳରେ ଉଭୟ ବସ୍ ଓ ଟ୍ରକ୍ର ସମ୍ମୁଖର ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି। ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ହୋଇଛନ୍ତି ଓ ୫ ଜଣ ଆହତ ହୋଇଛନ୍ତି। ଖବର ପାଇ ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଗୁରୁତର ଓ ଆହତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଗୁରୁତରମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୋଲିସ ଏହି ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଟ୍ରକ୍ ଡ୍ରାଇଭରଙ୍କ ପତ୍ତା ମିଳିପାରିନି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..