ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ପ୍ରତ୍ୟାହାର କରିବେ ୪୮୦୧୮ ମାମଲା। ଜନଜାତି ବର୍ଗର ଲୋକଙ୍କ ଉପରେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗରେ ଚାଲିଥିବା ମାମଲା ପ୍ରତ୍ୟାହର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି | ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମୋକଦ୍ଦମା ଗୁଡିକର ସମୀକ୍ଷା କରାଯାଇଥିଲା। ସେମାନଙ୍କ ବିରୋଧରେ ଚାଲିଥିବା ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ମୋଟ୍ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯିବ। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ୱାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..