ରିପୋର୍ଟ କାର୍ଡ / ଭୁବନେଶ୍ବର
ନିର୍ବାଚନ ପୂର୍ବରୁ ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର | ୩ ଜିଲ୍ଲାର ଜିଲ୍ଲାପାଳଙ୍କର ବଦଳି ହୋଇଛି । ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର। ପୂର୍ବରୁ ପୁରୀର ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମର ନୂଆ କମିସନର ଭାବେ ନିଯୁକ୍ତି ମିଳିଛି। ସେହିପରି କଟକ କମିସନର ଥିବା ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ତତ୍ ସହିତ ବାଲେଶ୍ୱର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……