ରିପୋର୍ଟ କାର୍ଡ / ଭୁବନେଶ୍ୱର
୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ହେଉଛି ଦ୍ଵିତୀୟ ଦିନ । ଆଜି ରାଷ୍ଟ୍ରପତିଙ୍କର କେନ୍ଦୁଝର ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ରହିଛି। କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେଇଠୁ ଫେରି ଉତ୍କଳ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଆସନ୍ତାକାଲି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ପରେ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ। ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱତନ୍ତ୍ର ହେଲିକପ୍ଟରରେ ମୟୂରଭଞ୍ଜ ଆସିଥିଲେ। ପରେ ଖିଚିଂର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କ ଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପରେ ମହୁଲଡିହାସ୍ଥିତ ବାସଭବନରେ ରାତ୍ରିଯାପନ କରିଥିଲେ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..