Report Card Odisha

| Daily Odia News

ବିଜେଡି ଛାଡିଲେ ସୁଦର୍ଶନ ଜେନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଅଣଦେଖା ଓ ଅପମାନିତ କରାଯାଇଥିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୦୯ରେ ସୁଦର୍ଶନ ଜେନା ବିଜେଡି ଟିକେଟରେ ରେମୁଣାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୫୫,୮୪୭ ଖଣ୍ଡ ଭୋଟ୍ ପାଇଥିଲେ। ତେବେ ୨୦୧୪ ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଠାରୁ ୧୩ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ ହୋଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ୍ ଦେଇ ନଥିଲା। ତାଙ୍କ ବଦଳରେ ଦଳ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଟିକେଟ୍ ଦେଇଥିଲା ଓ ସେ ବିଜୟୀ ହୋଇଥିଲେ।

Breaking News