ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ଏହିକ୍ରମରେ ପ୍ରଧାନମନ୍ତ୍ରୀ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ସେଥିମଧ୍ୟରୁ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାରେ ଚାଲିବ। ଏହା ହେବ ଓଡ଼ିଶାର ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶାକୁ ମିଳିଥିବା ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ। ଖୋର୍ଦ୍ଧା,ବାଲୁଗାଁ ଓ ବ୍ରହ୍ମପୁର ଦେଇ ଏହା ବିଶାଖପଟନମ୍ ଯିବ। ସପ୍ତାହକୁ ୬ ଦିନ ଏହା ଚାଲିବ। କେବଳ ଶନିବାର ଏହା ଯାତ୍ରା କରିବ ନାହିଁ। ଗତ ବର୍ଷ ମେ’ ମାସରେ ଓଡ଼ିଶାରେ ଚାଲିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି। ସେହିପରି ରାଜ୍ୟକୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ମିଳିଥିଲା ଗତ ବର୍ଷ ସେପ୍ଟେମ୍ବର ମାସରେ। ଏହା ପୁରୀ ଓ ରାଉଲକେଲା ଯା’ଆସ କରୁଛି। ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ପାଇଁ ଆସନ୍ତାକାଲି ଦେଶର ୭୬୪ଟି ସ୍ଥାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ମାଧ୍ୟମରେ ଏଗୁଡ଼ିକରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ସାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍ର ଶୁଭାରମ୍ଭ କରିବା ସହିତ ୪ଟି ବନ୍ଦେ ଭାରତ ଟ୍ରେନ୍ର ସମ୍ପ୍ରସାରଣ ଏବଂ ଅନ୍ୟାନ୍ୟ ଟ୍ରେନ୍ର ଶୁଭାରମ୍ଭ କରିବେ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..