ରିପୋର୍ଟ କାର୍ଡ / ବଲାଙ୍ଗୀର
କଣ୍ଟାବାଞ୍ଜି ଥାନା ଝୁପଡ଼ିପଡ଼ା ରାସ୍ତାରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଭବାନୀପାଟଣା ଅଞ୍ଚଳର ଜଗନ୍ନାଥ ଗହୀର। ଜଗନ୍ନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସେ ଝୁପଡ଼ିପଡ଼ା ତାଙ୍କ ସମ୍ପର୍କୀୟ ଘରକୁ ଆସିଥିଲେ। ରକ୍ତାକ୍ତ ଅବସ୍ଥାରେ ଝୁପଡ଼ିପଡ଼ାର ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଜଗନ୍ନାଥଙ୍କ ମୃତ କେମିତି ହେଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି। କଣ୍ଟାବାଞ୍ଜି ପୋଲିସ ଡାକ୍ତରଖାନା ପହଞ୍ଚି ଶଵ ଜବତ କରି ଅଧିକ ତଦନ୍ତ ଆରମ୍ଭ କରୁଛି।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..