ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ହୋଇଛି। ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ବଢିଛି। ସୂଚନା ଅନୁସାରେ, ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କୁଶଳୀ ଶ୍ରମିକମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବଢିଛି। ଏନେଇ ଆଜି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..