ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭା ସହିତ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ନିମନ୍ତେ ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ । ନିର୍ବାଚନ ଆୟୋଗଙ୍କ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବାବେଳେ ଏହାକୁ ରାଜନୈତିକ ଦଳ ଗୁଡିକ ଚାହିଁ ରହିଛନ୍ତି। ନିର୍ବାଚନ ତାରିଖ ଘୋଷଣା ପରେ ରାଜନୈତିକ ଦଳ ଗୁଡିକ ସେମାନଙ୍କ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ କରିବେ । ଲୋକସଭା ନିର୍ବାଚନ ସହିତ ଓଡିଶା, ଅରୁଣାଚଳପ୍ରଦେଶ , ଆନ୍ଧ୍ରପ୍ରଦେଶ ଓ ସିକିମ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……