ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ଆଇଜି ଅନୁପ ସାହୁ, ସ୍ପେସାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମାଶଙ୍କର ଦାଶଙ୍କ ସମେତ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ଅଛନ୍ତି। ଅପରେସନ୍ ଆଇଜି ଦେବଦତ୍ତ ସିଂହ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି। ଏହାଛଡ଼ା ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲାର ଆରକ୍ଷୀ ଅଧୀକ୍ଷକମାନେ ମଧ୍ୟ ଏହି ବୈଠକରେ ଯୋଡ଼ି ହୋଇଛନ୍ତି। ନିର୍ବାଚନ ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା କରାଯାଉଛି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..