ରିପୋର୍ଟ କାର୍ଡ / କଟକ
ବ୍ଲାକରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ସଂପର୍କିତ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର ଅନୁରୋଧ କରାଯାଇଥିବା ସତ୍ତ୍ୱେ ରାଜ୍ୟ ସରକାର ଅନୁମତି ଦେଇ ନ ଥିବା ସିବିଆଇ ନିଜ ସତ୍ୟପାଠରେ ଦର୍ଶାଇଛି। ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ୨୦୦୯ ସେପ୍ଟେମ୍ବର ୯ ତାରିଖରେ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ବୁଡ଼ିଯାଇଥିଲା ଜାହାଜ ବ୍ଲାକରୋଜ। ଏହି ଜାହାଜରେ ଥିଲା ୨୩,୫୦୦ ମେଟ୍ରିକ ଟନ୍ ଲୁହାପଥର। ଏଥିରେ ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା। ଦୀର୍ଘ ଦିନ ଧରି ଜାହାଜଟି ସମୁଦ୍ରରେ ପଡ଼ି ରହିବାରୁ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଏହି ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନଥିଲା। ଏବେ ଜାହାଜଟି ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……