ରିପୋର୍ଟ କାର୍ଡ / ଭୁବନେଶ୍ୱର
ତାତିରୁ ମିଳିଛି ଅଶ୍ଵସ୍ତି | ରାଜ୍ୟରେ ଟ୍ୱିନ ସିଟି ସହ ଅଧିକାଂଶ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ହେଉଛି। ବିଜୁଳି, ଘଡଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ନୟାଗଡ, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ମଙ୍ଗଳବାର ଓ ବୁଧବାର ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ମଙ୍ଗଳବାର ୧୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ୨୦ ତାରିଖରେ ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସହ କୁଆପଥର ମାଡ ହେବାର ମଧ୍ୟ ସମ୍ଭାବନା ରହିଛି। ବର୍ଷା ଫଳରେ ରାଜ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ହେବା ସହ ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..