Report Card Odisha

| Daily Odia News

ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ….

ରିପୋର୍ଟ କାର୍ଡ / ଭୁବନେଶ୍ବର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କର ପରଲୋକ ହୋଇଛି । ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିସ୍ୱାଶ ତ୍ୟାଗ କରିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ ସକାଳ ପ୍ରାୟ ସାଢେ ୫ଟା ସୁଦ୍ଧା ତାଙ୍କ ଦେହାନ୍ତ ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ଓଡ଼ିଶା ରାଜନୀତି ଇତିହାସରେ ଜଣେ ମହାଦ୍ରୁମ ଥିଲେ ଦାମ ରାଉତ । ୧୯୭୭ ମସିହାରେ ପ୍ରଥମ ଥର ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ । ୫ ଥର ଏରସମା ଓ ୨ ଥର ପାରାଦୀପରୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ । କୃଷି, ସ୍ବାସ୍ଥ୍ୟ ସହ ୭ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ରହିଥିଲେ । ଦୀର୍ଘ ଦିନ ଧରି କିଡନୀଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।ଚିକିତ୍ସା ନିମନ୍ତେ ଡାକ୍ତରୀ ଟିମ୍‌ ନିୟୋଜିତ ହୋଇଥିଲେ। ମାତ୍ର ଶତଚେଷ୍ଟା ସତ୍ତ୍ୱେ ସେ ଆଜି ଭୋରରୁ ଆଖି ବୁଜିଥିବା ଜଣାଯାଇଛି।

Breaking News