ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ଶୁଣାଣି ହୋଇଛି । ମାମଲାରେ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ଖଣ୍ଡପୀଠ କେଜ୍ରିୱାଲଙ୍କୁ ସ୍ୱତନ୍ତ୍ର ଖଣ୍ଡପୀଠକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି କୋର୍ଟରେ ହାଜର ହୋଇଥିଲେ । ଆବେଦନର ଶୁଣାଣି କରି ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି ଜଷ୍ଟସ୍ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ କରିବେ ବୋଲି କୁହାଯାଇଛି ।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..