ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଛି | ଉଭୟ ବିଜେପି ଓ ବିଜେଡି ଏକାକୀ ସବୁ ଲୋକସଭା ଓ ବିଧାନସଭାରେ ଲଢ଼ିବେ। ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜର ଏକ୍ସ ହ୍ୟାଣ୍ଡଲରେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜ ଏକ୍ସ ହ୍ୟାଣ୍ଡଲରେ ଲେଖିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଆସ୍ଥାରେ ବିଜେଡି ରାଜ୍ୟର ସେବା କରି ଆସୁଛି ଓ ଏବେ ସବୁ କ୍ଷେତ୍ରରେ ରୂପାନ୍ତରୀକରଣ ହୋଇଛି ଯାହା କେବେ ଆଗରୁ ହୋଇନଥିଲା। ଓଡ଼ିଶାବାର ଲୋକମାନଙ୍କ ସହାୟତାରେ ବିଜେଡି ସମସ୍ତ ୧୪୭ଟି ବିଧାନସଭା ଆସନ ଓ ୨୧ ଲୋକସଭା ଆସନରେ ଲଢ଼ିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତୃତୀୟ ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବୁ। ସେମିତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ବିଜେପି ରାଜ୍ୟରେ ଏକାକୀ ସମସ୍ତ ଆସନରେ ଲଢ଼ିବ ବୋଲି ଘୋଷଣା କରିଥିଲେ। ବିଗତ ୧୦ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ରାଷ୍ଟ୍ରୀୟ ମହତ୍ୱ ପ୍ରସଙ୍ଗରେ ସମର୍ଥନ ଦେଉଥିବାରୁ ସେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡିକୁ କୃତଜ୍ଞତା ଜଣାଇବାକୁ ଭୁଲି ନଥିଲେ।






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……
ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି,ପୁରୁଣା ପରମ୍ପରା ଭାଙ୍ଗିଦେଉଛନ୍ତି……