ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ କଂଗ୍ରେସ କମିଟି ପଠାଇଥିବା ତାଲିକା ଉପରେ ବିଚାର କରି ଖୁବଶୀଘ୍ର ପ୍ରାର୍ଥୀ ତାଲିକା ଘୋଷଣା କରିବ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି । ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ । ମାତ୍ର ସେହିପରି କିଛି ହୋଇନାହିଁ। ଯାହା କଂଗ୍ରେସ ନେତାଙ୍କ ଉକ୍ତଣ୍ଠାକୁ ଆହୁରି ବଢ଼ାଇ ଦେଇଛି । ତେବେ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ ପାଇଁ ସମୟ ଲାଗୁଥିବା କହିଛନ୍ତି କଂଗ୍ରେସର ବରିଷ୍ଠ ନେତା । ଏଥିସହ ଖୁବଶୀଘ୍ର ପାର୍ଥୀ ତାଲିକା ଆସିବ ବୋଲି କୁହାଯାଉଛି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……