ରିପୋର୍ଟ କାର୍ଡ / ରାୟପୁର
ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ- ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏହି ଏନକାଉଣ୍ଟର ବାସାଗୁଡା ପୋଲିସ ଷ୍ଟେସନ ଅଧୀନରେ ଥିବା ଚିକୁରବତି-ପୁସବାକା ନିକଟ ଜଙ୍ଗଲରେ ହୋଇଥିଲା। ଏହି ଅପରେସନରେ ଡିଆରଜି, ସିଆରପିଏଫ ୨୨୯, କୋବ୍ରା ଟିମ୍ ସାମିଲ ହୋଇଥିଲେ | ଏନକାଉଣ୍ଟର ଶେଷ ହେବା ପରେ ଘଟଣାସ୍ଥଳରୁ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଛି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..