Report Card Odisha

| Daily Odia News

ଟିକେଟ୍ ପାଇବା ପରେ ନବୀନ ନିବାସରେ ନେତାଙ୍କ ଭିଡ଼…..

Bhubaneswar: Odisha Chief Minister Naveen Patnaik addresses a press conference in Bhubaneswar on May 23, 2019. (Photo: IANS)

ରିପୋର୍ଟ କାର୍ଡ / ଭୁବନେଶ୍ବର

ନବୀନ ନିବାସରେ ନେତାଙ୍କ ଭିଡ଼। ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ପହଞ୍ଚିଛନ୍ତି ସାଂସଦ ଓ ବିଧାୟକ ପ୍ରାର୍ଥୀ । ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ବେହେରା, ନିରଞ୍ଜନ ପୂଜାରୀ, ବିପ୍ଳବ ପାତ୍ର ନବୀନ ନିବାସରେ ପହଞ୍ଚିଛନ୍ତି । କଟକ ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି, ମୟୂରଭଂଜ ଲୋକସଭା ପ୍ରାର୍ଥୀ ସୁଦାମ ମାରାଣ୍ଡି,ବିକ୍ରମ କେଶରୀ ଆରୁଖ, ପ୍ରତାପ ଦେ. ପ୍ରମୋଦ ମଲ୍ଲିକ, ସୁଶାନ୍ତ ସିଂ ପହଞ୍ଚିି ଧନ୍ୟବାଦ ଜଣାଇଛନ୍ତି । ସେହିପରି ପ୍ରଫୁଲ୍ଲ ସାମଲ, ଅରବିନ୍ଦ ମହାପାତ୍ର, ମାନସ ମଙ୍ଗରାଜ, ରଣେନ୍ଦ୍ର ପ୍ରତାନ ସ୍ୱାଇଁ, ଟୁକୁନି ସାହୁ, ସାଲୁଗା ପ୍ରଧାନ, ଅତନୁ ସବ୍ୟସାଚ୍ଚୀ, ଦେବୀ ରଞ୍ଜନ ତ୍ରିପାଠୀ, ବିଷ୍ଣୁଦତ ରାଉତରାୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବାକୁ ପହଞ୍ଚିଛନ୍ତି । ଏହା ସହ ଭାଗୀରଥୀ ସେଠୀ, ଜଗନ୍ନାଥ ନାୟକ, ବଦ୍ରୀ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ ଓ ବ୍ୟୋମକେଶ ରାୟ ପ୍ରମୁଖ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Breaking News