ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ଦଳ ବଦଳ ହେଉଛି । ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ,ସିଦ୍ଧାନ୍ତ ମହାପାତ୍ର ଆଜି ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି। ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ବିଜୟପାଲ ସିଂ ତୋମର ଏବଂ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। କଟକ ଲୋକସଭା ଆସନରୁ ୬ ଥର ସାଂସଦ ଥିବା ଭର୍ତ୍ତୃହରି ଗତ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପିରେ ଯୋଗଦେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ସିଦ୍ଧାନ୍ତ ମହାପାତ୍ର ବ୍ରହ୍ମହପୁରରୁ ୨ ଥର ସାଂସଦ ହୋଇଛନ୍ତି। ସେହିପରି ଦମୟନ୍ତୀ ବାରିପଦାର ଜଣେ ଚର୍ଚ୍ଚିତ ବ୍ୟକ୍ତିତ୍ବ। ସେ ସାନ୍ତାଳୀ ଭାଷାର ଜଣେ ଗବେଷକ। ସେ ୨୦୨୦ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ। ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..