ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ମଧ୍ୟାହ୍ନରେ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରିୟଦର୍ଶୀ ମିଶ୍ର ଦଳରେ ଯୋଗ ଦେଇଥିଲେ। ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..