ରିପୋର୍ଟ କାର୍ଡ / କଟକ
ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ୨୦୧୯ରେ ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଅନୁଭବ ମହାନ୍ତି। ଏହା ପୂର୍ବରୁ ଅନୁଭବ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେଡି କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ଅଂଶୁମାନ କିଛି ଦିନ ତଳେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ। ଟିକେଟ୍ କଟିଯିବା ପରେ ଅନୁଭବ ଦଳ ଛାଡ଼ିବେ ବୋଲି ଆଲୋଚନା ହେଉଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..