Report Card Odisha

| Daily Odia News

ସକାଳୁଆ ହେବ ସବୁ ଅଙ୍ଗନବାଡ଼ି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେବା ପରେ ଏବେ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି। ରାଜ୍ୟ ସରକାର ଆସନ୍ତାକାଲିଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ। ଏନେଇ ବିଜ୍ଞପ୍ତି ଜାରି ହୋଇଛି। ସ୍କୁଲଗୁଡ଼ିକ ମଧ୍ୟ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଖୋଲିବ। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୩୭.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୩୭.୨, ଝାରସୁଗୁଡାରେ ୩୭.୨, ଭୁବନେଶ୍ୱରରେ ୩୬.୬, ହୀରାକୁଦରେ ୩୬, କେନ୍ଦୁଝରରେ ୩୫.୮ ଓ ସମ୍ବଲପୁରରେ ୩୫.୮ ଡିଗ୍ରୀ ରେକର୍ଡ କରାଯାଇଥିଲା। ୨ ଦିନ ଭିତରେ ତାପମାତ୍ରା ୫ ଡିଗ୍ରୀ ଯାଏଁ ବଢ଼ିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ବଢୁଥିବା ତାତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ହୋଇଛି। ଅଂଶୁଘାତ ଓ ଡାଇରିଆ ଭଳି ଅସୁସ୍ଥତା ଉପରେ ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଅଂଶୁଘାତ ଜନିତ ଅସୁସ୍ଥତାର ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୌଣସି ଅଘଟଣ ଏଡ଼ାଇବାକୁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

Breaking News