ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ। ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା। କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି। କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……