ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ତୁରନ୍ତ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ୍, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ କୱଁର ବିଶାଲ ସିଂହ ଏବଂ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କୁ ତୁରନ୍ତ ଦାୟିତ୍ବରୁ ହଟାଇବାକୁ କୁହାଯାଇଛି।






More Stories
ଓଏଏସ୍ ଅଧିକାରୀଙ୍କ ବଦଳି……
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..