ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି । ଆଜିଠୁ ୩ ଦିନ ପ୍ରଚଣ୍ଡ ଖରାରେ ସିଝିବ ସାରା ଓଡ଼ିଶା । ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗୁରୁବାର ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ସାଢେ ୩ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି। ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….