ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସକାଳେ ଚୀନ୍ର କିଙ୍ଘଇ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଚୀନ୍ ଭୂକମ୍ପ ନେଟୱାର୍କ କେନ୍ଦ୍ର (ସିଇଏନସି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦ କିଲୋମିଟର ତଳେ ଥିଲା। ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କାହାର ପ୍ରାଣ ହରାଇଥିବାର ଖବର ମିଳି ନାହିଁ। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗୁରୁବାର ସ୍ଥାନୀୟ ସମୟ ସକାଳ ୯ଟାରେ ଭୂକମ୍ପ ଘଟିଛି। ଭୂକମ୍ପ ହେବାରୁ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..