ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସକାଳେ ଚୀନ୍ର କିଙ୍ଘଇ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଚୀନ୍ ଭୂକମ୍ପ ନେଟୱାର୍କ କେନ୍ଦ୍ର (ସିଇଏନସି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦ କିଲୋମିଟର ତଳେ ଥିଲା। ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କାହାର ପ୍ରାଣ ହରାଇଥିବାର ଖବର ମିଳି ନାହିଁ। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗୁରୁବାର ସ୍ଥାନୀୟ ସମୟ ସକାଳ ୯ଟାରେ ଭୂକମ୍ପ ଘଟିଛି। ଭୂକମ୍ପ ହେବାରୁ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……