ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ଉପ ବାଚସ୍ପତି ରାମଚନ୍ଦ୍ର ପଣ୍ଡା। ଆଜି ସେ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ଦଳରେ ଗଣତନ୍ତ୍ର ନଥିବା କହି ରାମଚନ୍ଦ୍ର ଦଳ ଉପରେ ବର୍ଷିଛନ୍ତି। ଗୋଟିଏ ପୃଷ୍ଠାର ଇସ୍ତଫା ପତ୍ରରେ ସେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଦଳ ତାର ନୀତି ଆଦର୍ଶ ଭୁଲି ଯାଇଛି। ଦୀର୍ଘ ଦିନ ଧରି ଦଳରେ ଥିଲେ ବି ଦୁଇ ଘଣ୍ଟା ପୂର୍ବରୁ ଦଳରେ ଯୋଗ ଦେବା ବ୍ୟକ୍ତିଙ୍କୁ ଦଳ ଟିକେଟ ଦେଉଛି। ଆମକୁ ଅବହେଳା କରାଯାଉଛି। ଏଣୁ ଆମେ ଦଳ ଛାଡୁଥିବା କହିଛନ୍ତି ରାମଚନ୍ଦ୍ର ପଣ୍ଡା।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….