ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀ ଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ। ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୋଲିସ ।ସରୋଜିନୀ ଜଣେ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳି । ଗତ କିଛି ବର୍ଷ ହେବ ସେ ରାଜଧାନୀରେ ରହିବା ସହ କଟକ ରୋଡ୍ ରେ ଏକ ବାଇକ୍ ସୋ-ରୁମ୍ ରେ ଚାକିରି କରୁଥିଲେ । ତେବେ କିପରି ଓ କେଉଁ ପରିସ୍ଥିତିରେ ତାଙ୍କ ମୃତ୍ୟୁ ଘଟିଲା ତାହା ଏବେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..