ରିପୋର୍ଟ କାର୍ଡ / ଭୁବନେଶ୍ବର
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କର ପରଲୋକ ହୋଇଛି । ସେ ଅନେକ ଦିନ ହେବ ଫୁସଫୁସ ସଂକ୍ରମଣରେ ପୀଡିତ ଥିଲେ। ତେବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ସମୟରେ ଆଜି ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ସେ ଓଡିଶା ରାଜନୀତିରେ ଭାରି ସକ୍ରିୟ ଥିଲେ । ଭୋଗରାଇର ପୂର୍ବତନ ବିଧାୟିକା ଭାବେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ କମଳା ଦାସ । ସେ ୧୯୯୫-୨୦୦୦ ମସିହାରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ କମଳା ଦାସ।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..