Report Card Odisha

| Daily Odia News

ଖରାରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ !….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରମିକଙ୍କୁ ଖରାରେ କାମ କରାଇବାକୁ କଡାକଡି ଭାବେ ବାରଣ କରାଯାଇଛି । ଏନେଇ ସବୁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଏଥିରେ ଦିନ ୧୧ଟାରୁ ୩ଟା ମଧ୍ୟରେ ବାହାରେ କାମ କରାଇବାକୁ ମନା କରାଯାଇଛି । କିଛି ଜିଲ୍ଲାରେ ଏବେ ବି ଖରାରେ ଶ୍ରମିକଙ୍କୁ କାମ କରାଉଥିବା ଦେଖିବାକୁ ମିଳିବା ପରେ ଏମିତି ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଅବମାନନା କଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି । କହିରଖୁଛୁ ଗ୍ରୀଷ୍ମପ୍ରବାହ ନେଇ ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । କଟକ, ନୟାଗଡ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୫ ଦିନ ଯାଏଁ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି । ବିଶେଷ କରି ଉପକୂଳ ଓଡିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ଆକଳନ କରାଯାଇଛି ।

 

Breaking News