Report Card Odisha

| Daily Odia News

ବସ୍‌ ଦୁର୍ଘଟଣା: ୫ ମୃତ୍ୟୁ, ୪୦ ଜଣ ଆହତ….

ରିପୋର୍ଟ କାର୍ଡ / ଯାଜପୁର

ଯାଜପୁରରେ ଘଟିଥିବା ବଡ଼ଧରଣର ବସ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏନ୍‌ଏଚ୍‌-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ରୁ ତଳକୁ ଖସି ପଡ଼ିଥିଲା ଯାତ୍ରୀବାହୀ ବସ୍‌ଟି । ସୂଚନା ଅନୁସାରେ-ବସ୍‌ଟି ପୁରୀରୁ ସୋମବାର ଦିନ ୪ଟାରୁ ବାହାରିଥିଲା। ଏହା ପଶ୍ଚିମବଙ୍ଗର ହଳଦିଆ ଯିବାର ଥିଲା। ଏଥିରେ ୫୦ରୁ ଅଧିକ ଯାତ୍ରୀଥିଲେ। କିନ୍ତୁ ଅଧା ବାଟରେ ଏପରି ଦୁର୍ଘଟଣା ଘଟିଥିଲା ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଏସଡିଏମଓ ସୂଚନା ଦେଇଛନ୍ତି।

Breaking News