ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପିର ସାଂଗଠନିକ କାର୍ଯ୍ୟରେ ଅଲୋଡ଼ା ହୋଇ ରହିଥିବା ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ ବିଜେଡିରେ ସାମିଲ ହୋଇଛନ୍ତି । ସେ ବିଜେପିରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି । ଅରୁନ୍ଧତୀଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ବି ବିଜେଡିରେ ମିଶିଛନ୍ତି। ସୂଚନା ଅନୁସାରେ ବିଜେପି ସାଂସଦ ନିତେଶ ଗଙ୍ଗଦେବଙ୍କ ପତ୍ନୀ ତଥା ଦେବଗଡ଼ର ରାଣୀ ଅରୁନ୍ଧତୀ ଦେବୀ ମଙ୍ଗଳବାର ଅପରାହ୍ନରେ ସୋସିଆଲ ମିଡିଆ ମାଧ୍ୟମରେ ବିଜେପିରୁ ଇସ୍ତଫା ଦେଇଥିବା ନେଇ ସୂଚନା ଦେଇଥିଲେ । ଏହାପରେ ଭୁବନେଶ୍ୱରରେ ସେ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଥିଲେ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..