ରିପୋର୍ଟ କାର୍ଡ / ଭୁବନେଶ୍ବର
୪୦ ଡିଗ୍ରୀ ତାପମାତ୍ରାରେ ଫୁଟୁଛି ସାରା ରାଜ୍ୟ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ୩ ଦିନ ପାଇଁ ବନ୍ଦ ଘୋଷଣା କରିଛନ୍ତି। ଏପ୍ରିଲ ୧୮ ଅର୍ଥାତ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବରୁ ସକାଳୁଆ ବିଦ୍ୟାଳୟ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏପ୍ରିଲ ୨ ତାରିଖରୁ ସକାଳ ୭ଟାରୁ ପୂର୍ବାହ୍ଣ ୧୧ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେଉଥିଲା। ତେବେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କେତେକ ଜିଲ୍ଲାରେ ବିଦ୍ୟାଳୟ ସମୟରେ ପରିବର୍ତ୍ତନ କରାଯାଇଥିଲା।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..