ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନକୁ ଆଉ ମାତ୍ର ଅଳ୍ପଦିନ ଥିବା ବେଳେ ନେତା ନେତ୍ରୀଙ୍କର ଦଳ ଡିଆଁ ଦେଖିବାକୁ ମିଳୁଛି | ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ବିଜେଡିରେ ଯୋଗ ଦେଇଛନ୍ତି | ଆଜି ଶଙ୍ଖ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେଡି ଏମ୍ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ଜେଡିରେ ଯୋଗ ଦେବା ପରେ ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି। ସେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇନ୍ତି।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..