Report Card Odisha

| Daily Odia News

ଲୋକସଭା ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଆରମ୍ଭ ହୋଇଯାଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ । ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୧୦୨ ଆସନ ଲାଗି ମତଦାନ ହେଉଛି । ସେହିଭଳି ଅରୁଣାଚଳ ପ୍ରଦେଶ ଓ ସିକ୍କିମର ବିଧାନସଭା ପାଇଁ ଆଜି ମତଦାନ ହେଉଛି । ତାମିଲନାଡୁର ସମସ୍ତ ୩୯ ଲୋକସଭା ଆସନରେ ଭୋଟିଂ ଆରମ୍ଭ ହୋଇଛି । ୧୬ କୋଟିରୁ ଅଧିକ ଭୋଟର ପ୍ରଥମ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ । ମକ୍ ପୋଲ୍ ପରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ। କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଚାଲିଛି ଭୋଟ୍ ଗ୍ରହଣ। ସେହିପରି ରାଜସ୍ଥାନର ୧୨ଟି, ଉତ୍ତର ପ୍ରଦେଶର ୮ଟି, ମଧ୍ୟପ୍ରଦେଶର ୬ଟି, ମହାରାଷ୍ଟ୍ର, ଆସାମ ଓ ଉତ୍ତରାଖଣ୍ଡର ୫ଟି ଲେଖାଏଁ ଆସନରେ ଚାଲିଛି ମତଦାନ। ବିହାରର ୪ଟି, ପଶ୍ଚିମବଙ୍ଗର ୩ଟି, ଅରୁଣାଚଳ ପ୍ରଦେଶର ୨ଟି ଯାକ ଆସନ, ମଣିପୁରର ସମସ୍ତ ୨ଟି ଆସନ, ମେଘାଳୟର ସମସ୍ତ ୨ଟି ସିଟ୍ ଏବଂ ଛତିଶଗଡ଼, ତ୍ରିପୁରା, ମିଜୋରମ, ନାଗାଲାଣ୍ଡ, ଜାମ୍ମୁ କାଶ୍ମୀର, ଆଣ୍ଡାମାନ ନିକୋବର, ଲାକ୍ଷାଦ୍ୱୀପ ଓ ପୁଡୁଚେରିର ଗୋଟିଏ ଲେଖାଏଁ ଆସନରେ ହେଉଛି ମତଦାନ। ଆସନ୍ତା ଜୁନ ୪ରେ ପ୍ରକାଶ ପାଇବ ନିର୍ବାଚନ ଫଳ ।

 

Breaking News