ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୃତ୍ୟୁପରେ ଅଙ୍ଗଦାନ କରି ତିନିଜଣଙ୍କ ଜୀବନ ବଞ୍ଚାଇଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ୍ ସଢ଼ା ଗ୍ରାମର ସଂଯୁକ୍ତା ପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି। ରବୀନ୍ଦ୍ର ଜେନାଙ୍କ ପତ୍ନୀ ସଂଯୁକ୍ତା ଗୋଡ଼ ଖସିଯିବାରୁ ଗାଧୁଆଘରେ ପଡ଼ିଯାଇ ଗୁରୁତର ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ପରିବାର ଲୋକେ ତାଙ୍କ ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କର ଦୁଇଟି କିଡ୍ନି ଓ ଲିଭର ଦାନ କରାଯାଇଥିଲା।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….