Report Card Odisha

| Daily Odia News

ବିଜେଡିର ଷ୍ଟାର ପ୍ରଚାରକ ତାଲିକା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ସାଧାରଣ ନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ପ୍ରଚାର ତାଲିକାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାଁ ରହିଛି। ପ୍ରତିଥର ପରି ଆସନ୍ତା ନିର୍ବାଚନରେ ମଧ୍ୟ ବିଜେଡିର ଏକ ନମ୍ବର ଷ୍ଟାର ପ୍ରଚାରକ ରହିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି କାର୍ତ୍ତିକ ପାଣ୍ଡିଆନ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପକେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ଅରୁଣ ସାହୁ, ସଞ୍ଜୟ କୁମାର ଦାଶବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌.ଭାଷ୍କର ରାଓ, ସୁବାସ ସିଂ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବିନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରତିରଞ୍ଜନ ଘଡାଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବି ବିଶ୍ବାଳ, ରମେଶ ଚନ୍ଦ୍ର ମାଝୀ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍‌କେ ନିଜାମୁଦ୍ଦିନ, ଇଶ୍ବର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାଶ ଏହି ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।

Breaking News