ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। କାଲିଠୁ ବିଜେପିର ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ । ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ ଶାହ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବେ। ଏହାସହ ଜନସଭାରେ ଉଦବୋଧନ ଦେବେ ଶାହ। ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଅମିତ ଶାହଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଉଚ୍ଚପଦସ୍ଥ ପୋଲିସ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଶାହ ସୋନପୁରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଆସିବେ। ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତା ସହ ବୈଠକ କରିବେ। ଅମିତ ଶାହଙ୍କ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବିଜେପିର ଶୀର୍ଷ ନେତୃତ୍ୱ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ କିଛିଦିନ ବାକିଥିବା ଥିବାବେଳେ ସରଗରମ ହେଲାଣି ରାଜନୀତି। ସବୁଦଳର ନେତାମାନେ ସେମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର ଆରମ୍ଭ କରି ଦେଇଛନ୍ତି। କଂଗ୍ରେସ, ବିଜେପି ଓ ବିଜେଡିର ଷ୍ଟାର ପ୍ରଚାରକୁ ତାଲିକା ପ୍ରକାଶ କରିବା ସହ ପ୍ରଚାରରେ ଲାଗି ପଡ଼ିଛନ୍ତି।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….