ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସୋନପୁର ରାମେଶ୍ୱରମ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୫ରେ କରିବେ ବିଶାଳ ନିର୍ବାଚନୀ ସଭା। ସୋନପୁରରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ ବିଜେପିର ଅନ୍ୟତମ ଷ୍ଟାର ପ୍ରଚାରକ ଅମିତ ଶାହ। ଝାରସୁଗୁଡ଼ା ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୫ରେ ପହଞ୍ଚିବେ ଶାହ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସୋନପୁର ଯିବାର କାର୍ଯ୍ୟକ୍ରମ ରହିଛି। ସୋନପୁର ସଭାରେ ଲକ୍ଷାଧିକ ଲୋକଙ୍କୁ ସମ୍ବୋଧିତ କରିବେ କେନ୍ଦ୍ର ଗୃହ ମନ୍ତ୍ରୀ । ସଭା ସାରି ହେଲିକପ୍ଟର ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ। ଦଳର ବରିଷ୍ଠ ତଥା ତୁଙ୍ଗ ନେତା ସହ ନିର୍ବାଚନକୁ ନେଇ କରିବେ ମାନସ ମନ୍ଥନ । ଆଜି ଭୁବନେଶ୍ୱରରେ ଶାହଙ୍କ ରାତି ରହଣୀ କାର୍ଯ୍ୟକ୍ରମ ରହିଛି ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….